Bible Versions
Bible Books

Numbers 12 (ORV) Oriya Old BSI Version

1 ମୋଶା ଏକ କୂଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରୀୟମ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ
2 ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ?
3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ
4 ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ହାରୋଣଙ୍କୁ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
5 ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ଵୁ ଦ୍ଵାରରେ ଛିଡ଼ା ହୋଇ ହାରୋଣଙ୍କୁ ମରୀୟମକୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ
6 ତେବେ ସେ କହିଲେ, ଆମ୍ଭର ବାକ୍ୟ ଶୁଣ; ଯେବେ ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ଵାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ଵପ୍ନ ଦ୍ଵାରା ତାହା ସହିତ କଥା କହିବା
7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ
8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?
9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ
10 ପୁଣି ତମ୍ଵୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା; ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ଵେତ; ପୁଣି ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ
11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ
12 ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ହେଉ
13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ଵର, ବିନୟ କରୁଅଛି, ତାହାକୁ ସୁସ୍ଥ କର
14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେବେ ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ
15 ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
16 ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×