Bible Versions
Bible Books

Numbers 34 (ORV) Oriya Old BSI Version

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2 ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ
4 ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ
5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ
6 ଆଉ ମହାସମୁଦ୍ର ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ
7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ
9 ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ
10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ
11 ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ
12 ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ
13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି
14 କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
15 ଏହି ଦୁଇ ବଂଶ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି
16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
17 ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ନୂନର ପୁତ୍ର ଯିହୋଶୂୟ
18 ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ
19 ପୁଣି ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
20 ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶମୂୟେଲ
21 ବିନ୍ୟାମୀନ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍
22 ଆଉ ଦାନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି
23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ
24 ପୁଣି ଇଫ୍ରୟିମ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ
25 ଆଉ ସବୂଲୂନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଷାଫନ୍,
26 ଇଷାଖର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟିୟେଲ,
27 ଆଶେର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍
28 ନପ୍ତାଲି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ
29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×