Bible Versions
Bible Books

Proverbs 21 (ORV) Oriya Old BSI Version

1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି
2 ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3 ବଳିଦାନ ଅପେକ୍ଷା ନ୍ୟାୟ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ
4 ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ଵରୂପ ଯେ ଅହଙ୍କାର-ଦୃଷ୍ଟି ଗର୍ବିତ ମନ, ତାହା ପାପଜନକ
5 କର୍ମଶୀଳର ସଙ୍କଳ୍ପରୁ କେବଳ ପ୍ରଚୁରତା ଜନ୍ମେ; ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ
6 ମିଥ୍ୟାବାଦୀ ଓଷ୍ଠ ଦ୍ଵାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ଵେଷଣ କରନ୍ତି, ସେମାନେ ମୃତ୍ୟୁ ଅନ୍ଵେଷଣ କରନ୍ତି
7 ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି
8 ଦୋଷରେ ଭାରାକ୍ରା; ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ
9 କଳିହୁଡ଼ି ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ
10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ
11 ନିନ୍ଦକକୁ ଦଣ୍ତ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ
13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ
14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶା; ହୁଏ, ପୁଣି ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ତ କୋପ ଶା; କରେ
15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ
16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ
17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ
18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ଵରୂପ; ପୁଣି, ବିଶ୍ଵାସଘାତକ ସରଳ ଲୋକଙ୍କର ବଦଳି ସ୍ଵରୂପ
19 କଳହକାରିଣୀ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ
20 ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ
21 ଯେଉଁ ଜନ ଧାର୍ମିକତା ଦୟାର ପଶ୍ଚାଦ୍ବର୍ତ୍ତୀ, ସେ ଜୀବନ ଧାର୍ମିକତା ସମ୍ମାନ ପାଏ
22 ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି ତହିଁର ସାହସଦାୟୀ ବଳ ତଳକୁ ଆଣେ
23 ଯେ ଆପଣା ମୁଖ ଜିହ୍ଵା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ
24 ଅହଙ୍କାରୀ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ
25 ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ
26 କେହି କେହି ଦିନଯାକ ଅତ୍ୟ; ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ
27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ
28 ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ତ୍ୟ କଥା କହିବ
29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ
30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ
31 ଯୁଦ୍ଧ ଦିନ ପାଇଁ ଅଶ୍ଵ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×