Bible Versions
Bible Books

Proverbs 6 (ORV) Oriya Old BSI Version

1 ହେ ମୋହର ପୁତ୍ର, ଯେବେ ତୁମ୍ଭେ ଆପଣା ପ୍ରତିବାସୀର ଲଗା ହୋଇଥାଅ, ଯେବେ ପର ପାଇଁ ହାତ ଦେଇଥାଅ,
2 ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଆପଣା ମୁଖର କଥାରେ ଧରା ଯାଇଅଛ
3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକି ବାରମ୍ଵାର ବିନତି କର
4 ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ
5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର
6 ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଜ୍ଞାନୀ ହୁଅ
7 ତାହାର ବିଚାରକର୍ତ୍ତା କି ଅଧ୍ୟକ୍ଷ କି ପ୍ରଭୁ କେହି ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8 ପୁଣି ଫସଲ ସମୟରେ ଆହାର ସଞ୍ଚୟ କରେ
9 ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରାଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ
12 ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ; ସେ ଏକଗୁୟାଁ ମୁଖ କରି ଚାଲେ;
13 ସେ ଆକ୍ଷିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ଵାରା ସଙ୍କେତ କରେ;
14 ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟଚିନ୍ତା କରେ; ସେ କଳିର ବୀଜ ବୁଣେ
15 ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ
16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ
17 ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ଵା ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18 ଅନିଷ୍ଟଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19 ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ
21 ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ
22 ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ
23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ସେହି ଆଦେଶ ଆଲୁଅ; ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
24 ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ପରସ୍ତ୍ରୀର ଜିହ୍ଵାର ଚାଟୁବାଦରୁ ରକ୍ଷା କରିବ
25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ
26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ
27 କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
28 ଅବା କେହି ଯେବେ ଜ୍ଵଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
29 ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ତିତ ନୋହିବ
30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯେବେ ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ
31 ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ଵ ତାକୁ ଦେବାକୁ ପଡ଼ିବ
32 ପରଦାରଗାମୀ ପୁରୁଷ ନିତା; ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେହିଁ ତାହା କରେ
33 ସେ ଆଘାତ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ
34 ଯେହେତୁ (ସ୍ତ୍ରୀବିଷୟକ) ଈର୍ଷା ମନୁଷ୍ୟର ପ୍ରଚଣ୍ତ କ୍ରୋଧର (ବିଷୟ); ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ
35 ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×