Bible Versions
Bible Books

Psalms 1 (ORV) Oriya Old BSI Version

1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ
3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ
4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି
5 ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ
6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×