Bible Versions
Bible Books

Psalms 100 (ORV) Oriya Old BSI Version

1 ଧନ୍ୟବାଦାର୍ଥକ ଗୀତ ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ
3 ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ତାହାଙ୍କ ଚରାସ୍ଥାନର ମେଷ
4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ତାହାଙ୍କ ନାମର ଗୁଣାନୁବାଦ କର
5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×