Bible Versions
Bible Books

Psalms 101 (ORV) Oriya Old BSI Version

1 ଦାଉଦଙ୍କର ଗୀତ ମୁଁ ଦୟା ଶାସନ ବିଷୟ ଗାନ କରିବି ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି
2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି
3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ
4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ
5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ
6 ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ
7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ
8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×