Bible Versions
Bible Books

Psalms 103 (ORV) Oriya Old BSI Version

1 ଦାଉଦଙ୍କର ଗୀତ ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର
2 ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
4 ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ
6 ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି
7 ସେ ମୋଶାଙ୍କୁ ଆପଣା ପଥ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ
8 ସଦାପ୍ରଭୁ ସ୍ନେହଶୀଳ କୃପାମୟ, କ୍ରୋଧରେ ଧୀର ଅତ୍ୟ; ଦୟାଳୁ
9 ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ
10 ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି
11 କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି
13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି
14 କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି
15 ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ
16 ତହିଁ ଉପରେ ବାୟୁ ବହିଲେ, ତାହା ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ
17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18 ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ
19 ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ
20 ହେ ସଦାପ୍ରଭୁଙ୍କ ବାକ୍ୟସାଧକ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର
21 ହେ ସଦାପ୍ରଭୁଙ୍କର ପରିଚାରକ ତାହାଙ୍କ ଅଭିମତସାଧକ ସୈନ୍ୟସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର
22 ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×