Bible Versions
Bible Books

Psalms 11 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?
2 କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି
3 ଯେବେ ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କଅଣ କରି ପାରିବ?
4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ
5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ
6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଗନ୍ଧକ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ
7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×