Bible Versions
Bible Books

Psalms 111 (ORV) Oriya Old BSI Version

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ସରଳ ଲୋକଙ୍କ ସଭାରେ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି
2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି
3 ତାହାଙ୍କର କ୍ରିୟା ସମ୍ଭ୍ରମ ଗୌରବ ସ୍ଵରୂପ; ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ
4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ସ୍ନେହଶୀଳ
5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି
7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ
8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ସରଳତାରେ ସାଧିତ
9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଆଦରଣୀୟ
10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×