Bible Versions
Bible Books

Psalms 112 (ORV) Oriya Old BSI Version

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ
2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ; ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ
3 ତାହାର ଗୃହରେ ଧନ ସମ୍ପତ୍ତି ଥାଏ ତାହାର ଧର୍ମ ସଦାକାଳସ୍ଥାୟୀ
4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ସ୍ନେହଶୀଳ ଧାର୍ମିକ
5 ଯେଉଁ ଜନ କୃପା କରେ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ
6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ
7 ସେ କୁସମ୍ଵାଦ ଶୁଣି ଭୀତ ହେବ ନାହିଁ ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ
8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ
9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ
10 ଦୁଷ୍ଟ ଲୋକ ତାହା ଦେଖିବ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×