Bible Versions
Bible Books

Psalms 113 (ORV) Oriya Old BSI Version

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର
2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ
3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ
4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ତାହାଙ୍କ ଗୌରବ ଆକାଶମଣ୍ତଳ ଉପରେ ଉଚ୍ଚୀକୃତ ଯାହାଙ୍କର ଆସନ ଊର୍ଦ୍ଧ୍ଵରେ,
5 ଯେ ଆକାଶ ପୃଥିବୀକି ଦେଖିବା ପାଇଁ ଆପଣାକୁ ନତ କରନ୍ତି,
6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ତୁଲ୍ୟ କିଏ?
7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି
9 ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×