Bible Versions
Bible Books

Psalms 121 (ORV) Oriya Old BSI Version

1 ଆରୋହଣ ଗୀତ ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ପୃଥିବୀ ନିର୍ମାଣ କଲେ
3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ
5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା
6 ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ
7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ
8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଭିତରେ ଆସିବାର ରକ୍ଷା କରିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×