Bible Versions
Bible Books

Psalms 127 (ORV) Oriya Old BSI Version

1 ଆରୋହଣ-ଗୀତ; ଶଲୋମନଙ୍କ-ରଚିତ ସଦାପ୍ରଭୁ ଯେବେ ଗୃହ ନିର୍ମାଣ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ
2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର
4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ
5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×