Bible Versions
Bible Books

Psalms 129 (ORV) Oriya Old BSI Version

1 ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି
3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ
4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି
5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ
6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7 ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ
8 କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×