Bible Versions
Bible Books

Psalms 13 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?
2 ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
3 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;
4 କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ
5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×