Bible Versions
Bible Books

Psalms 137 (ORV) Oriya Old BSI Version

1 ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ରୋଦନ କଲୁ
2 ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ
3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର
4 ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5 ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ
6 ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ
7 ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର
8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ
9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×