Bible Versions
Bible Books

Psalms 14 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ
2 ବିବେଚକ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ
3 ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ
4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ
5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି
6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି
7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×