Bible Versions
Bible Books

Psalms 146 (ORV) Oriya Old BSI Version

1 ସଦାପ୍ରଭୁଙ୍କର ପ୍ରଶଂସା କର !ମୁଁ ନିଜକୁ ହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।
4 ଲୋକମାନେ ମରନ୍ତି କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
5 କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ବର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରେତ୍ୟକକ ବସ୍ତୁ ମଧ୍ଯ ତିଆରି କଲେ। ସେ ସର୍ବଦା ବିଶ୍ବସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ଯ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ବର ସଦାସର୍ବଦା ରାଜ୍ଯ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×