Bible Versions
Bible Books

Psalms 146 (ORV) Oriya Old BSI Version

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର
2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି
3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ
4 ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ
5 ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ
6 ସେ ଆକାଶମଣ୍ତଳ ପୃଥିବୀ, ସମୁଦ୍ର ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି
8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି
9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି
10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×