Bible Versions
Bible Books

Psalms 147 (ORV) Oriya Old BSI Version

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ପ୍ରଶଂସା ଶୋଭନୀୟ
2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି
3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ସେମାନଙ୍କ କ୍ଷତସବୁ ବାନ୍ଧନ୍ତି
4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି
5 ଆମ୍ଭମାନଙ୍କର ପ୍ରଭୁ ମହାନ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ
6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି
7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର;
8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି
9 ସେ ପଶୁକୁ ତାହାର ଆହାର ଦିଅନ୍ତି ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି
10 ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି
11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି
12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର;
13 କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି
14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି
15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ
16 ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି
17 ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ
19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଶାସନ ପ୍ରକାଶ କରନ୍ତି
20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×