Bible Versions
Bible Books

Psalms 15 (ORV) Oriya Old BSI Version

1 ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
2 ଯେଉଁ ଜନ ସରଳାଚରଣ ଧର୍ମକର୍ମ କରେ ଆପଣା ଅନ୍ତଃକରଣରେ ସତ୍ୟ କହେ
3 ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ
4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ
5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×