Bible Versions
Bible Books

Psalms 16 (ORV) Oriya Old BSI Version

1 ଦାଉଦଙ୍କର ମିକ୍ତାମ୍ (ଗୀତରନି ।) ହେ ପରମେଶ୍ଵର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭର ଶରଣାଗତ ଅଟେ
2 ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ
3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ
4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ
5 ସଦାପ୍ରଭୁ ମୋହର ଅଧିକାରର ପାନପାତ୍ରର ବାଣ୍ଟ ସ୍ଵରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ
6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି
7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ
8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ
9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ
10 କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ
11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×