Bible Versions
Bible Books

Psalms 19 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ
2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ
3 କୌଣସି ବାକ୍ୟ କି ଭାଷା ଥାଏ; ସେମାନଙ୍କ ରବ ଶୁଣାଯାଇ ପାରେ
4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ
6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ଥାଏ
7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ
9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ସର୍ବତୋଭାବେ ନ୍ୟାଯ୍ୟ
10 ତାହାସବୁ ସୁବର୍ଣ୍ଣ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ମଧୁଚାକଠାରୁ ସୁମିଷ୍ଟ
11 ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ
12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର
13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି
14 ହେ ସଦାପ୍ରଭୋ, ମୋହର ଶୈଳ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×