Bible Versions
Bible Books

Psalms 2 (ORV) Oriya Old BSI Version

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି?
2 ସଦାପ୍ରଭୁଙ୍କ ବିରୁଦ୍ଧରେ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ
4 ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ
5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି
7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ
8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା
9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ
10 ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର
11 ଭୟରେ ସଦାପ୍ରଭୁଙ୍କର ସେବା କର କମ୍ପିତ ହୋଇ ଉଲ୍ଲାସ କର
12 ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×