Bible Versions
Bible Books

Psalms 30 (ORV) Oriya Old BSI Version

1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ
2 ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ
3 ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ
4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ
5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ
6 ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି
7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି
8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି
9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
10 ହେ ସଦାପ୍ରଭୋ, ଶୁଣ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ
11 ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ନୀରବ ନୋହିବ,
12 ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×