Bible Versions
Bible Books

Psalms 32 (ORV) Oriya Old BSI Version

1 ଦାଉଦଙ୍କ ଗୀତ ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ
2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ କରନ୍ତି ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ
3 ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା
4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା ସେଲା
5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ ସେଲା
6 ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ
7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ ସେଲା
8 ମୁଁ ତୁମ୍ଭକୁ ଉପଦେଶ ଦେବି ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି
9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ
11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×