Bible Versions
Bible Books

Psalms 42 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ
2 ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?
3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
4 ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି
6 ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି
7 ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ତରଙ୍ଗସବୁ ମୋʼ ଉପରେ ଯାଇଅଛି
8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ
9 ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?
10 ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ମୋହର ପରମେଶ୍ଵର ଅଟନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×