Bible Versions
Bible Books

Psalms 47 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର
2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା
3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ
4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ ସେଲା
5 ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି
6 ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର
7 କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର
8 ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ
9 ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×