Bible Versions
Bible Books

Psalms 53 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ
2 ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ
3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ
4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
5 ଭୟ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ
6 ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×