Bible Versions
Bible Books

Psalms 56 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;
2 ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ
3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି
4 ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ?
5 ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ
6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି
7 ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର
8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ
10 ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି
11 ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ?
12 ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି
13 କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×