Bible Versions
Bible Books

Psalms 57 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି
2 ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି
3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ ସେଲା ପରମେଶ୍ଵର ଆପଣା ଦୟା ସତ୍ୟତା ପ୍ରେରଣ କରିବେ
4 ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ
5 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ
6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି ସେଲା
7 ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି
8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି
9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି
10 କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ
11 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×