Bible Versions
Bible Books

Psalms 58 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ
3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି
4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5 ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ
6 ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ
7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ
8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ
9 ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ କରୁଣୁ ସେ କଞ୍ଚା ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ
10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ
11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×