Bible Versions
Bible Books

Psalms 6 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ
2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି
3 ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4 ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର
5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?
6 ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ
7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ
8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି
9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ
10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×