Bible Versions
Bible Books

Psalms 60 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର
2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି
3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ
4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ ସେଲା
5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଆମ୍ଭମାନଙ୍କୁ ଉତ୍ତର ଦିଅ
6 ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ସୁକ୍କୋତ ଉପତ୍ୟକାକୁ ମାପିବା
7 ଗିଲୀୟଦ ଆମ୍ଭର ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ
8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର
9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
10 ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?
11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା
12 ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×