Bible Versions
Bible Books

Psalms 61 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର
2 ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ
3 କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ
4 ମୁଁ ସଦାକାଳ ତୁମ୍ଭ ତମ୍ଵୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି
5 କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ
6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ
7 ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ସତ୍ୟତା ପ୍ରସ୍ତୁତ କର
8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×