Bible Versions
Bible Books

Psalms 63 (ORV) Oriya Old BSI Version

1 ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ
2 ତେଣୁ ତୁମ୍ଭ ପରାକ୍ରମ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି
3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ
4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5 ଯେପରି ମେଦ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ
6 ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ
7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି
8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ
9 ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ
10 ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ
11 ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×