Bible Versions
Bible Books

Psalms 64 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର
2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3 ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି
4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଭୟ କରନ୍ତି ନାହିଁ
5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ?
6 ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ହୃଦୟ ଗଭୀର
7 ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ
8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ;
9 ପୁଣି, ସକଳ ମନୁଷ୍ୟ ଭୟ କରିବେ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ତାହାଙ୍କର କ୍ରିୟା ସୁବିବେଚନା କରିବେ
10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ତାହାଙ୍କର ଶରଣାଗତ ହେବ ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×