Bible Versions
Bible Books

Psalms 67 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ ସେଲା
2 ତହିଁରେ ପୃଥିବୀରେ ତୁମ୍ଭର ପଥ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ
3 ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ
4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ ସେଲା
5 ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ
6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ
7 ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×