Bible Versions
Bible Books

Psalms 77 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ
2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା
3 ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ ସେଲା
4 ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ
5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି
6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା
7 ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
8 ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
9 ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? ସେଲା
10 ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି
12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି
13 ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ?
14 ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ
15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ
16 ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା
17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା
18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଥରହର ହେଲା
19 ସମୁଦ୍ରରେ ତୁମ୍ଭର ପଥ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା
20 ତୁମ୍ଭେ ମୋଶା ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×