Bible Versions
Bible Books

Psalms 8 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
2 ତୁମ୍ଭେ ଶତ୍ରୁ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ
3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?
5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ
6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8 ଆକାଶର ପକ୍ଷୀଗଣ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ
9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×