Bible Versions
Bible Books

Psalms 97 (ORV) Oriya Old BSI Version

1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ
2 ମେଘମାଳ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ
3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା
5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ
6 ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି
7 ଖୋଦିତ ପ୍ରତିମାଗଣର ସେବକସମସ୍ତେ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର
8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ
9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ
10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି
12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×