Bible Versions
Bible Books

Psalms 98 (ORV) Oriya Old BSI Version

1 ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି
2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି
3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି
4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଆନନ୍ଦ ଗାନ କର ପ୍ରଶଂସା ଗାନ କର
5 ବୀଣାଯନ୍ତ୍ରରେ, ବୀଣା ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର
6 ତୂରୀ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର
7 ସମୁଦ୍ର ତହିଁର ପୂର୍ଣ୍ଣତା, ଜଗତ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8 ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×