Bible Versions
Bible Books

Psalms 99 (ORV) Oriya Old BSI Version

1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ
2 ସଦାପ୍ରଭୁ ସିୟୋନରେ ମହାନ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ
3 ସେମାନେ ତୁମ୍ଭ ମହତ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି
4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ନ୍ୟାୟ ସାଧନ କରୁଥାଅ
5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି
6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ହାରୋଣ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ସେ ସେମାନଙ୍କୁ ଉତ୍ତର ଦେଲେ
7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ
8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ
9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×