Bible Versions
Bible Books

Revelation 17 (ORV) Oriya Old BSI Version

1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି,
3 ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଦଶ ଶୃଙ୍ଗ,
4 ସ୍ତ୍ରୀଲୋକ ବାଇଗଣିଆ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
5 ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ଜନନୀ
6 ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହୋଇଥିବାର ଦେଖିଲି ତାହାକୁ ଦେଖି ମୁଁ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହେଲି
7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ଵିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ତାହାର ବାହନ ସପ୍ତ ମସ୍ତକ ଦଶ ଶୃଙ୍ଗବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ ତତ୍ତ୍ଵ ବୁଝାଇଦେବି
8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି ତାହା ପାତାଳକୁଣ୍ତରୁ ଉଠି ବିନାଶ ପାଇବ ସେଥିରେ ପୃଥିବୀ ନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେ-ବେଳେ ସେମାନେ ଆଶ୍ଚର୍ଯ୍ୟାନ୍ଵିତ ହେବେ
9 ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
10 ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ
11 ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ
12 ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ
13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି କ୍ଷମତା ଦେବେ
14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ
15 ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଭାଷାବାଦୀ ଲୋକଙ୍କୁ ବୁଝାଏ
16 ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
17 କାରଣ ଈଶ୍ଵରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ସେମାନଙ୍କ ମନରେ ପ୍ରବୃତ୍ତି ଦେଲେ
18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×