Bible Versions
Bible Books

Zechariah 10 (ORV) Oriya Old BSI Version

1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗନ୍ତ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ
2 କାରଣ ଠାକୁରମାନେ ଅସାର କଥା କହିଅଛନ୍ତି ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ସେମାନେ ମିଥ୍ୟା ସ୍ଵପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ଵନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ପାଳକ କେହି ନାହିଁ
3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହୋଇଅଛି ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ଵାନୁସନ୍ଧାନ କରିଅଛନ୍ତି ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ଵ ତୁଲ୍ୟ କରିବେ
4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ
5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଅଶ୍ଵାରୋହୀମାନେ ଘାବରା ହେବେ
6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଆମ୍ଭେ ଯୋଷେଫ-ବଂଶକୁ ଉଦ୍ଧାର କରିବା ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ଵାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବାା
7 ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ତୁଲ୍ୟ ହେବେ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ
8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶଦ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିଅଛୁ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ
9 ପୁଣି, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବପନ କରିବା ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଫେରି ଆସିବେ
10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଲିବାନୋନ ଦେଶକୁ ଆଣିବା ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ
11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ମିସରର ରାଜଦଣ୍ତ ଦୂରୀକୃତ ହେବ
12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×