Bible Versions
Bible Books

Zephaniah 2 (ORV) Oriya Old BSI Version

1 ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ
3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ
4 କାରଣ ଘସା ପରିତ୍ୟକ୍ତ ଅସ୍କିଲୋନ ଧ୍ଵଂସସ୍ଥାନ ହେବ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଇକ୍ରୋଣ ମୂଳୋତ୍ପାଟିତ ହେବ
5 ସମୁଦ୍ରକୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ
6 ପୁଣି, ସମୁଦ୍ରକୂଳ ଚରା ସ୍ଥାନ, ମେଷ-ପାଳକ-ମାନଙ୍କର କୁଟୀର ମେଷପଲର ଖୁଆଡ଼ ହେବ
7 ଆଉ, ସେହି ସମୁଦ୍ରକୂଳ ଯିହୁଦା-ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ସେମାନଙ୍କର ତତ୍ତ୍ଵାବଧାନ କରିବେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବେ
8 ମୋୟାବର ଧିକ୍କାର ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ
9 ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଲବଣର ଆକର ଚିରକାଳ ଧ୍ଵଂସସ୍ଥାନ ହେବ⇧; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ
10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି
11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ
12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍‍ଗ ଦ୍ଵାରା ହତ ହେବ
13 ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଅଶୂରକୁ ବିନଷ୍ଟ କରିବେ; ଆଉ, ସେ ନୀନିବୀକି ଧ୍ଵଂସସ୍ଥାନ ପ୍ରାନ୍ତର ପରି ଶୁଷ୍କ କରିବେ
14 ଆଉ, ତହିଁ ମଧ୍ୟରେ ପଶୁପଲ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି
15 ଯେଉଁ ନଗରୀ ନିଶ୍ଚି; ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ଵଂସିତ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶଦ୍ଦ କରି ଆପଣା ହାତ ହଲାଇବ
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×