Bible Versions
Bible Books

Psalms 76 (ORV) Oriya Old BSI Version

1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ
2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ସିୟୋନରେ ତାହାଙ୍କର ବାସସ୍ଥାନ
3 ସେଠାରେ ସେ ଧନୁତୀରସବୁ, ଢାଲ ଖଡ଼୍‍ଗ ଯୁଦ୍ଧ ଭଙ୍ଗ କଲେ ସେଲା
4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ମହିମାନ୍ଵିତ
5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ
6 ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି
7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
8 ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ନୀରବ ହେଲା ସେଲା
10 ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ
11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ
12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି
Copy Rights © 2023: biblelanguage.in; This is the Non-Profitable Bible Word analytical Website, Mainly for the Indian Languages. :: About Us .::. Contact Us
×

Alert

×